The Topmost

“The eyes believe themselves, the ears believe other people.”

ଦିନକରେ ୬୮ ଟି ନୂଆ ମାମଲା ଚିହ୍ନଟ

ରାଜ୍ୟରେ କରୋନାର କାୟା ବିସ୍ତାର । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହି ଥିବାବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨ଜଣ ସଂକ୍ରମିତ ରହିଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୮୯, ୨୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ମିଳିଛି ।