ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା । ଉପାନ୍ତରୁ ଉପକୂଳ ସବୁଠି ବର୍ଷିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପୂର୍ବ ରାଜସ୍ଥାନରୁ ମଧ୍ୟପ୍ରଦେଶ, ଛତିଶଗଡ, ଦକ୍ଷିଣ ଓଡ଼ିଶା ଦେଇ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ନିମ୍ନ ଚାପରେଖା ରହିଛି । ଏହା ସହ ଦକ୍ଷିଣ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେଉଛି । ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ସମାନ ପାଗ ଜାରି ରହିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା