ଆଜି ରାଜ୍ୟସଭା ସାଂସଦ ଭାବେ ଶପଥ ନେବେ ମାନସ ମଙ୍ଗରାଜ ଏବଂ ସୁଲତା ଦେଓ । ଦିନ ୧୧ଟା ସମୟରେ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି । ମାନସ ମଙ୍ଗରାଜ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶ ଦାତା ଭାବେ କାର୍ଯ୍ୟ କରୁଥିଲେ । ପରେ ବିଜେଡି ପକ୍ଷରୁ ରାଜ୍ୟସଭା ସାଂସଦ ଭାବେ ତାଙ୍କୁ ମନୋନୀତ ହୋଇଥିଲେ । ବିରୋଧୀ କୌଣସି ପ୍ରାର୍ଥୀ ଦେଇନଥିବାରୁ ସେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ । ସସ୍ମିତ ପାତ୍ର ରାଜ୍ୟସଭା ସାଂସଦ ଭାବେ ରିପିଟ ହୋଇଥିବା ବେଳେ ମାନସ ମଙ୍ଗରାଜ ଏବଂ ସୁଲତା ଦେଓ ପ୍ରଥମ ଥର ପାଇଁ ରାଜ୍ୟସଭାକୁ ଯାଇଛନ୍ତି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ