ରାଜ୍ୟରେ ମୌସୁମୀ ଦୁର୍ବଳ ହେବାପରେ ବଢୁଛି ତାପମାତ୍ରା । ସ୍ବାଭାବିକ ଠାରୁ ୪ ଦଶମିକ ୨ ଡିଗ୍ରୀ ପର୍ଯ୍ୟନ୍ତ ବଢିଛି ପାରଦ । ତେବେ ୭୦ ପ୍ରତିଶତ ହ୍ୟୁମିଡିଟି ମିଶି ୪୫ ଡିଗ୍ରୀରୁ ଅଧିକ ତାତି ଅନୁଭବ ହେଉଛି । ମୌସୁମୀ ନିମ୍ନ ଚାପରେଖାର ଉତ୍ତରାୟଣ ଗତି ପାଇଁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହୋଇଛି । ଫଳରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ତାତି ବୃଦ୍ଧି ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବଜ୍ରପାତ ଆଶଙ୍କା ଦେଖାଦେଇଛି । ଏଥିପାଇଁ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
“The eyes believe themselves, the ears believe other people.”
More Stories
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା
ସହର ଭିତରୁ ହଟିବ ଜେଲ୍, ନୂଆ ଜେଲରେ ରହିବେ କଏଦୀ
ଖୁବଶୀଘ୍ର ରାଜ୍ୟରେ କାର୍ଯ୍ୟକ୍ଷମ ହେବ 10ଟି ବଡ ଶିଳ୍ପ