The Topmost

“The eyes believe themselves, the ears believe other people.”

ଅଗ୍ନିଶମବାହିନୀ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବାରୋପ

ଅଗ୍ନିଶମବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଛନ୍ତି । ବିଭିନ୍ନ ବିପର୍ଯ୍ୟୟ ବିଶେଷକରି ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟ ଯେପରି ତ୍ବରାନ୍ବିତ ଭାବରେ କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ୧୪୪ ସଦସ୍ୟ ବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର ଫୋର୍ସଗଠନ କରାଯିବ । ଏ ସଂପର୍କରେ ଆଜି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନା କରାଯାଇ ପ୍ରସ୍ତାବ ଉପରେ ବିସ୍ତୃତ ଆଲୋଚନା କରାଯିବା ପରେ ପ୍ରସ୍ତାବଟି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି । ନିଷ୍ପତ୍ତି ଅନୁଯାୟୀ ରାଜ୍ୟର କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ୩ଟି ଜୋନ୍‌ରେ ଏହି ଷ୍ଟ୍ରାଇକିଂ ଫାୟାର ଫୋର୍ସର ୩ଟି ରେଞ୍ଜ ହେଡକ୍ବାର୍ଟର ରହିବ । ପ୍ରତ୍ୟେକ ରେଞ୍ଜ ହେଡକ୍ବାର୍ଟର ପାଇଁ ୪୮ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ୧୪୪ଟି ପଦବି ସୃଷ୍ଟି ହେବ । ଏଥିରେ ଆସିଷ୍ଟାଣ୍ଟ ଫାୟାର ଅଫିସର, ଷ୍ଟେସନ ଅଫିସର, ଆସିଷ୍ଟାଣ୍ଟ ଷ୍ଟେସନ ଅଫିସର, ହାବିଲଦାର ମେଜର, ଡ୍ରାଇଭର ହାବିଲଦାର, ହାବିଲଦାର ମେକାନିକ୍, ଲିଡିଂ ଫାୟାରମ୍ୟାନ, ଫାୟାରମ୍ୟାନ ଡ୍ରାଇଭର ଓ ଫାୟାରମ୍ୟାନ ଆଦି ପଦବି ରହିବ ।