The Topmost

“The eyes believe themselves, the ears believe other people.”

କେନ୍ଦ୍ର ଆଇନ ମନ୍ତ୍ରାଳୟକୁ ଚିଠି ଲେଖିଲେ ନିର୍ବାଚନ କମିଶନ

ଏଣିକି ରାଜନୈତିକ ଦଳଙ୍କୁ ମିଳୁଥିବା ନଗଦ ଚାନ୍ଦା ଉପରେ ଲାଗିପାରେ ଲଗାମ୍ । ଏନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟକୁ ଚିଠି ଲେଖିଛନ୍ତି ନିର୍ବାଚନ କମିଶନ । ବିଭିନ୍ନ ସୂତ୍ରରୁ ମିଳୁଥିବା ବେନାମୀ ଚାନ୍ଦାର ଆକାର ୨୦ ହଜାରରୁ ୨ ହଜାର ଟଙ୍କାକୁ କମାଇବାକୁ ନିର୍ବାଚନ କମିଶନ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି । ଯଦି କୌଣସି ରାଜନୈତିକ ଦଳକୁ ବେନାମୀ ଚାନ୍ଦା ଆକାରରେ ୨ ହଜାରରୁ କମ୍ ଟଙ୍କା ମିଳେ, ତେବେ ଏହି ଚାନ୍ଦା ବାବଦରେ ନିର୍ବାଚନ କମିଶନଙ୍କୁ ଅବଗତ କରିବା ଆବଶ୍ୟକତା ନାହିଁ । ଏବେ ଏହି ଚାନ୍ଦାର ଆକାର ୨୦ ହଜାର ଟଙ୍କା ରହିଛି । ଏହାକୁ କମାଇ ୨ ହଜାର ଟଙ୍କା କରିବାକୁ ନିର୍ବାଚନ କମିଶନ ପ୍ରସ୍ତାବ ଦେଇଛନ୍ତି । ଏହାସହ ଗୋଟିଏ ଦଳକୁ ସର୍ବାଧିକ ମୋଟ୍ କ୍ୟାସ୍ ଡୋନେସନ ୨୦ କୋଟିରେ ସୀମିତ ରଖିବା ପାଇଁ ମଧ୍ୟ ପ୍ରସ୍ତାବ ଦିଆଯାଇଛି । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଏନେଇ କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁଙ୍କୁ ଚିଠି ଲେଖିଛନ୍ତି । ତେବେ ଏହାଦ୍ବାରା ରାଜନୈତିକ ଦଳଗୁଡ଼ିକୁ ମିଳୁଥିବା ଚାନ୍ଦାରେ ସ୍ବଚ୍ଛତା ଆଣିବାକୁ ଏହି ପ୍ରସ୍ତାବ ଦିଆଯାଇଛି ।