ବଙ୍ଗୋପସାଗରରେ ଗୋଟିଏ ପରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଥିବାରୁ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି । ଏଭଳି ସ୍ଥିତିକୁ ଅନୁଧ୍ୟାନ କରି ରାଜ୍ୟରେ ଚଳିତବର୍ଷ ମୌସୁମୀ ବିଳମ୍ବରେ ଫେରିବ ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ । ଅକ୍ଟୋବର ଦ୍ୱିତୀୟ ସପ୍ତାହ, ଏପରିକି ଦୀପାବଳୀ ସୁଦ୍ଧା ରାଜ୍ୟରେ ମୌସୁମୀ ଫେରିବାର ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଏହା ସହ ଉତ୍ତରା ପବନ ପ୍ରବାହ କ୍ଷିଣ ରହିଥିବାରୁ ରାଜ୍ୟରେ ଶୀତ ବିଳମ୍ବରେ ଆସିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ଗତକାଲି ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଆଗାମୀ ୨୪ ଘଣ୍ଟା ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ସାମାନ୍ୟ ଅଧିକ ରହିବା ନେଇ ପୂର୍ବାନୁମାନ କରାଯାଇଛି । ଦକ୍ଷିଣ ଉପକୂଳ ଓ ତାର ପାଶ୍ୱର୍ବର୍ତୀ ଜିଲ୍ଲାରେ ଲାଗି ରହିବ ବର୍ଷା ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍