The Topmost

“The eyes believe themselves, the ears believe other people.”

ଡିସେମ୍ବର ପହିଲାରୁ ଡିଜିଟାଲ ମୁଦ୍ରା ଲଞ୍ଚ

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ବଡ ଘୋଷଣା । ଡିସେମ୍ବର ପହିଲାରୁ ଖୁଚୁରା ବଜାରରେ ଡିଜିଟାଲ ମୁଦ୍ରା ଲଞ୍ଚ କରାଯିବ । ଏହି କ୍ରମରେ ଡିଜିଟାଲ ମୁଦ୍ରାର ନିର୍ମାଣ, ବଣ୍ଟନ ଓ ଖୁଚୁରା କାରବାରରେ ପରୀକ୍ଷା କରାଯିବ । ଏହା ପୂର୍ବରୁ ନଭେମ୍ବର ମାସରେ କେନ୍ଦ୍ରୀୟ ବ୍ୟାଙ୍କ ହୋଲସେଲ କାରବାର ପାଇଁ ଡିଜିଟାଲ ମୁଦ୍ରା ଲଞ୍ଚ କରିସାରିଛି । ରିଜର୍ଭ ବ୍ୟାଙ୍କ ପକ୍ଷରୁ ଏହି ଡିଜିଟାଲ ମୁଦ୍ରାକୁ ସେଣ୍ଟ୍ରାଲ ବ୍ୟାଙ୍କ ଡିଜିଟାଲ କରେନ୍ସି ବୋଲି ନାମ ଦିଆଯାଇଛି । ଡିସେମ୍ବର ପହିଲାରୁ ଏହାର ପ୍ରଚଳନ ଦେଶର କିଛି ନିର୍ବାଚିତ ସ୍ଥାନରେ କରାଯିବ । ଏଥିରେ ଗ୍ରାହକଙ୍କ ଠାରୁ ନେଇ ବ୍ୟବସାୟୀ ପର୍ଯ୍ୟନ୍ତ ସମସ୍ତଙ୍କୁ ସାମିଲ କରାଯିବ ।

SHARE BY