ଆରପାରିରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସ । ୮୨ ବର୍ଷ ବୟସରେ କଟକ ସ୍ଥିତ ବାସଭବନରେ ଦେହାନ୍ତ ହୋଇଥିବା ସୂଚନା । ସେ ଓଲିଉଡ଼ ଜଗତର ଜଣେ ଜଣାଶୁଣା ଚେହେରା । ତାଙ୍କ ମୃତ୍ୟୁରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି । ସ୍ଵର୍ଗତଃ ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍