The Topmost

“The eyes believe themselves, the ears believe other people.”

ପ୍ରିୟ ନେତାଙ୍କୁ ବାଛୁଛନ୍ତି ପଦମପୁରବାସୀ

ପଦମପୁର ଉପନିର୍ବାଚନ ପାଇଁ ଚାଲିଛି ଭୋଟ ଗ୍ରହଣ । ମତଦାନ କରି ନିଜ ପ୍ରିୟ ନେତାଙ୍କୁ ବାଛୁଛନ୍ତି ପଦମପୁରବାସୀ । ଶୀତଦିନ ଓ ମାଓବାଦୀ ପ୍ରବଣ ଅଞ୍ଚଳ ହୋଇଥିବାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ହେବ ମତଦାନ । ୩୧୯ଟି ବୁଥରେ ୨ ଲକ୍ଷ ୫୭ ହଜାର ୪୭୪ ଭୋଟର ମତାଧିକାର ସାବ୍ୟସ୍ତ କରୁଛନ୍ତି । ଦୃଷ୍ଟିବାଧିତଙ୍କ ପାଇଁ କରାଯାଇଛି ସ୍ବତନ୍ତ୍ର ବ୍ରେଲି ବାଲଟ ବ୍ୟବସ୍ଥା । ଦିବ୍ୟାଙ୍ଗଙ୍କୁ ଭୋଟ୍ ଦେବାକୁ ସେମାନଙ୍କ ଘରୁ ଆଣି ଛାଡ଼ିବା ପାଇଁ ସ୍ବତନ୍ତ୍ର ଗାଡ଼ି ବ୍ୟବସ୍ଥା କରାଯାଇଛି । ପ୍ରତ୍ୟେକ ବୁଥ ପାଇଁ ୪ ଜଣ ଲେଖାଏଁ ପୋଲିଂ ଅଧିକାରୀଙ୍କୁ ମିଶାଇ ନିର୍ବାଚନମଣ୍ଡଳୀରେ ମୋଟ୍ ୧୨୭୬ ଜଣ ପୋଲିଂ କର୍ମଚାରୀ ନିୟୋଜିତ ଅଛନ୍ତି । ଇଭିଏମ୍ ତ୍ରୁଟି ଦୂର ପାଇଁ ଆବଶ୍ୟକ ଇଭିଏମ୍ ଓ ଟେକ୍ନିସିଆନ୍ ଉପସ୍ଥିତ ଅଛନ୍ତି ।