କୋଭିଡ୍ ନିୟମ ମାନନ୍ତୁ ନଚେତ ‘ଭାରତ ଯୋଡ଼ୋ ଯାତ୍ରା’ ବାତିଲ କରନ୍ତୁ । କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ସାଂସଦ ରାହୁଲ୍ ଗାନ୍ଧୀ ଓ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହ୍ଲଟ୍ଙ୍କୁ ଏନେଇ ପତ୍ର ଲେଖିଛନ୍ତି । ଚୀନ୍ରେ କୋଭିଡ୍ ସଂକ୍ରମଣ ମାମଲା ଦ୍ରୁତ ବେଗରେ ବ୍ୟାପୁଥିବାରୁ ସ୍ବାସ୍ଥ୍ୟମନ୍ତ୍ରୀ ଆମ ଦେଶର ଜନସ୍ବାସ୍ଥ୍ୟ ଜରୁରୀ ପରିସ୍ଥିତି ପ୍ରତି ଦୃଷ୍ଟି ଦେଇ ସ୍ବାସ୍ଥ୍ୟମନ୍ତ୍ରୀ ଉକ୍ତ ପତ୍ର ଲେଖିଛନ୍ତି । ଯାତ୍ରା ସମୟରେ ମାସ୍କ ଓ ସାନିଟାଇଜର୍ ବ୍ୟବହାର ଉପରେ ସ୍ବାସ୍ଥ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିବା ସହିତ କହିଛନ୍ତି ଯେ, କେବଳ ଟିକା ନେଇଥିବା ଲୋକେ ଯାତ୍ରାରେ ଭାଗ ନେବା ଉଚିତ । କୋଭିଡ୍ ନିୟମ ମାନନ୍ତୁ ନତୁବା ଯାତ୍ରା ବାତିଲ କରନ୍ତୁ । ପତ୍ରରେ ସେ ପୁଣି ଅନୁରୋଧ କରି ଲେଖିଛନ୍ତି, ଯାତ୍ରାରେ ଯଦି କୋଭିଡ୍ ନିୟମ ମାନିବା ସମ୍ଭବ ହେଉନାହିଁ, ତେବେ ଜନସ୍ବାସ୍ଥ୍ୟ ଜରୁରୀ ପରିସ୍ଥିତି ପ୍ରତି ଦୃଷ୍ଟି ଦେଇ ଜାତୀୟ ସ୍ବାର୍ଥ ଦୃଷ୍ଟିରୁ ‘ଭାରତ ଯୋଡ଼ୋ ଯାତ୍ରା’କୁ ବାତିଲ କରନ୍ତୁ ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍