ଫେବୃଆରି ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ସୋଆ ଡିମ୍ଡ ଟୁ ବି ୟୁନିଭର୍ସିଟି ପକ୍ଷରୁ ରବିବାର ଏବଂ ସୋମବାର ଦୁଇ ଦିନ ଧରି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଉପରେ ବିମର୍ଶ ଆୟୋଜିତ ହେବ । ଫେବୃଆରି ୪ ଓ ୫ ଦୁଇ ଦିନ ଧରି ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଓଡ଼ିଶା ସରକାରଙ୍କ ଓଡ଼ିଆଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୋଆର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେବ । ଫେବୃଆରି ୪ ତାରିଖ ଦିନ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ କୃଷି, କୃଷକ ସଶକ୍ତିକରଣ, ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିଭାଗର ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ମୁଖ୍ୟ ଅତିଥି ଓ ବିଶିଷ୍ଟ ସାହିତ୍ୟିକ ଶ୍ରୀ ରାସବିହାରୀ ବେହେରା ଉଦ୍ଘାଟକ ଭାବେ ଯୋଗ ଦେବେ । ଏହି ଅବସରରେ ପ୍ରଶାସକ, ବୁଦ୍ଧିଜୀବି ଓ ଦୈନିକ ସମ୍ବାଦପତ୍ର ‘ସକାଳ’ର ସମ୍ପାଦକ ଶ୍ରୀ ଉମାକାନ୍ତ ମିଶ୍ର ଏବଂ ମାନବ ଶିକ୍ଷାବିତ୍ ଓ ଗବେଷକ ଶ୍ରୀ ଜଗନ୍ନାଥ ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ । ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା