ରାଜ୍ୟରେ ପୁଣି ବଢିବ ବର୍ଷା। ଆସନ୍ତାକାଲି ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ବଙ୍ଗୋପସାଗରରେ ସମ୍ଭାବ୍ୟ ଲଘୁଚାପ ଯୋଗୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି । ଏବେ ମିଆଁମାର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଆସନ୍ତାକାଲି ମଧ୍ୟ ଉତ୍ତର ବଙ୍ଗୋପସାଗରରେ ପ୍ରବେଶ କରିବ। ଏହାର ପ୍ରଭାବରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଶୁକ୍ରବାର ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ ଓ କେନ୍ଦୁଝରକୁ ସତର୍କତା ଜାରି କରାଯାଇଛି । ସେହିପରି ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ଆଲର୍ଟ କରାଯାଇଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ