ଏଣିକି ରାସନରେ ଚାଉଳ ସହ ମିଳିବ ଗହମ। ଓଡ଼ିଶା ସମେତ ୯ ରାଜ୍ୟରେ ଗହମ ମିଳିବ। ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ପକ୍ଷରୁ ଚିଠି ଆସିଛି। ଅକ୍ଟୋବର ମାସରୁ ଏହି ନୂଆ ନିୟମ ଲାଗୁ ହେବ। ଅନ୍ୟପଟେ ଓଡ଼ିଶା ସରକାର ରାସନକାର୍ଡ ହିତାଧିକାରୀଙ୍କୁ ରାସନକାର୍ଡରେ ପୂର୍ବଭଳି ମିଳୁଥିବା ଗହମ ପୁଣିଥରେ ଚଉଳ ସହ ମିଳିବ ବୋଲି ନିକଟରେ ସୂଚନା ଦେଇଥିଲେ। ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ ସରକାର କହିଥିଲେ। ବିଜେଡି ସରକାର ଗହମକୁ ବନ୍ଦ କରି କେବଳ ଚାଉଳ ଯୋଗାଉଥିଲେ। ହେଲେ ପୁଣିଥରେ ପୂର୍ବଭଳି ହିତାଧିକାରୀଙ୍କୁ ଚାଉଳ ସହ ଗହମ ଯୋଗାଇ ଦିଆଯିବ ବୋଲି ସେ ସୂଚନା ଦେଇଥିଲେ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ