ଫାଇଭ୍-ଟି ଉପକ୍ରମରେ ଲୋକାର୍ପିତ ହୋଇଛି ୧୫ ଜିଲ୍ଲାର ୭୩ଟି ‘ଆମ ହସ୍ପିଟାଲ୍’ । ଏହା ସହ ଭର୍ଚୁଆଲ୍ ମାଧ୍ୟମରେ ୫ଟି ଉପଖଣ୍ଡସ୍ତରୀୟ ଡାଇଲେସିସ୍ ସେଂଟରକୁ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ସମସ୍ତ ଜିଲ୍ଲା ସଦର ମହକୁମା ଡାକ୍ତରଖାନାରେ ରୋଗୀଙ୍କ ମତାମତ ସଂଗ୍ରହ ବ୍ୟବସ୍ଥା ଓ କର୍ମଚାରୀମାନଙ୍କ ମୁହଁ ଚିହ୍ନଟ ମାଧ୍ୟମରେ ଉପସ୍ଥାନ ବ୍ୟବସ୍ଥାର ମଧ୍ୟ ଶୁଭାରମ୍ଭ କରାଯାଇଛି । ଲୋକାର୍ପଣ ଉତ୍ସବ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଆମ ହସ୍ପିଟାଲ’ର ସବୁ ବ୍ୟବସ୍ଥା ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି କରାଯାଇଛି । ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ହେଉଛି ରୋଗୀଙ୍କୁ ଉନ୍ନତ ଚିକିତ୍ସା ସୁବିଧା ଯୋଗାଇ ଦେବା । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ‘ଆମ ହସ୍ପିଟାଲ’ ଗୁଡିକ ରାଜ୍ୟରେ ଏକ ନୂଆ ଯୁଗ ଆରମ୍ଭ କରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା