ଆମେରିକୀୟ ବୁଲି ଡଗ୍ସ ଆମେରିକା ସମାଜ ପାଇଁ ବିପଦ । ବିଶେଷ କରି ଏହା ଶିଶୁଙ୍କ ପାଇଁ ଭୟଙ୍କର ପ୍ରମାଣିତ ବି ହୋଇଛି । ତେଣୁ ଏହି ପ୍ରଜାତିର କୁକୁରକୁ ବ୍ରିଟେନ୍ ପ୍ରଧାନମନ୍ତ୍ରୀ ଋଷି ସୁନକ୍ ବ୍ୟାନ୍ କରିଛନ୍ତି । ଦେଶରେ ହୋଇଥିବା କୁକୁରଙ୍କ ଆକ୍ରମଣର ଭିଡିଓ ସୋସିଆଲ ମିଡିଆରେ ସେୟାର କରିଛନ୍ତି ଋଷି ସୁନକ୍ । ଯେଉଁଥିରେ ଅଧିକାଂଶ ଆକ୍ରମଣ ଏହି ପ୍ରଜାତିର କୁକୁର ଦ୍ୱାରା ହୋଇଥିବା ଦେଖିବାକୁ ମିଳିଛି । ଯାହାକୁ ଅଣଦେଖା କରାଯିବା ଉଚିତ ନୁହେଁ ବୋଲି ଏକ ଭିଡିଓ ଜାରି କରି କହିଛନ୍ତି ଋଷି ସୁନକ୍ । ତେବେ ଚଳିତ ସପ୍ତାହାରେ ଷ୍ଟେଫର୍ଡଶାୟରରେ ଏକ୍ସଏଲ ବୁଲି ପ୍ରଜାତିର କୁକୁର ଜଣେ ବ୍ୟକ୍ତିଙ୍କୁ ଆକ୍ରମଣ କରିବା ପରେ ବ୍ୟକ୍ତି ଜଣଙ୍କର ମୃତ୍ୟୁ ହୋଇଯାଇଛି । ଏହା ପୂର୍ବରୁ ଏହି କୁକୁରର ଆକ୍ରମଣରେ ୧୧ ବର୍ଷର ଶିଶୁ ମଧ୍ୟ ଗୁରୁତର ହୋଇଥିଲା । ତେବେ ଏହି କୁକୁର ପାଇଁ ସ୍ୱତନ୍ତ୍ର ଆଇନ୍ ବର୍ଷର ଶେଷ ସୁଦ୍ଧା ଆସିବ । ବର୍ତ୍ତମାନ ସ୍ଥିତିରେ ଏପରି ଆକ୍ରମଣ ସମାଧାନକୁ ଦୃଷ୍ଟିରେ ରଖି ଏହି କୁକୁରକୁ ବ୍ୟାନ୍ କରିଛନ୍ତି ଋଷି ସୁନକ୍ ।
More Stories
ବାଂଲାଦେଶକୁ ବତ୍ୟା ଆଶଙ୍କା, ଓଡିଶାରୁ ଟଳିଲା ବିପଦ
ମିଥ୍ୟା ଦୁଷ୍କର୍ମ ଅଭିଯୋଗରେ ଯୁବକଙ୍କୁ ନ୍ୟାୟ, ଏବେ ଜେଲ ଯିବେ ମହିଳା
ରତନ ଟାଟଙ୍କ ପରେ କିଏ ସମ୍ଭାଳିବ ସାମ୍ରାଯ୍ୟ, ଚାଲିଛି ଖୁବ୍ ଚର୍ଚ୍ଚା