ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ ; ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ଛତିଶଗଡ଼ ମୁହାଁ ହୋଇପାରେ ଅବପାତ । କୋରାପୁଟ ଓ ମାଲକାନାଗିରିର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି । ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି। ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଅବପାତଟି ଛତିଶଗଡ଼ ମୁହାଁ ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଲଘୁଚାପ ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷିବ।
କୋରାପୁଟ ଓ ମାଲକାନାଗିରିର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣି ଜାରି ହୋଇଛି। ସେହିପରି ୫ ତାରିଖଠାରୁ ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
More Stories
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍