ଆଗକୁ କରୋନାଠାରୁ ବି ଆହୁରି ଘାତକ ଭାଇରସ୍ ଆସିବ । ଏନେଇ ଚେତାବନୀ ଦେଲେ ଚୀନର ବ୍ୟାଟଓମ୍ୟାନ୍ ଭାବେ ଜଣାଶୁଣା ବିଶେଷଜ୍ଞ ସି ଝେଙ୍ଗଲି । ଆନ୍ତର୍ଜାତୀୟ ଗଣମାଧ୍ୟମ ରିପୋର୍ଟ ମୁତାବକ, ପଶୁମାନଙ୍କ ଠାରୁ, ବିଶେଷ କରି ବାଦୁଡ଼ିଙ୍କଠାରୁ ଉତ୍ପନ୍ନ ହେଉଥିବା ଭୂତାଣୁ ଉପରେ ନିଜ ଗବେଷଣା କାର୍ଯ୍ୟ ପାଇଁ ସି ଝେଙ୍ଗଲି ତାଙ୍କର ଏକ ରିପୋର୍ଟରେ ସତର୍କ କରାଇ ଦେଇଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦିନରେ ଆଉ ଏକ କୋରୋନା ଭୂତାଣୁ ସୃଷ୍ଟି ହେବାର ଯଥେଷ୍ଟ ଆଶଙ୍କା ରହିଛି । ଭାଇରୋଲୋଜିଷ୍ଟ ସି ଝେଙ୍ଗ୍ଲିଙ୍କ ଅନୁସନ୍ଧାନ ଚିନ୍ତାଜନକ । ତାଙ୍କର ଆକଳନ ସୂଚାଉଛି ଯେ ଛଅ ପ୍ରକାରର ଭୂତାଣୁର ଭୟ ରହିଛି । ଯେଉଁଥିରୁ ଅଧା ପୂର୍ବରୁ ମନୁଷ୍ୟମାନଙ୍କ ଠାରେ ମାରାତ୍ମକ ରୋଗ ସୃଷ୍ଟି କରିଥିଲା, ସେମାନଙ୍କୁ ବଡ଼ ବିପଦ ଭାବରେ ଶ୍ରେଣୀଭୁକ୍ତ କରାଯାଇଛି । ଅବଶିଷ୍ଟ ୩ ପ୍ରକାର ଅନ୍ୟ ପ୍ରାଣୀ ପ୍ରଜାତିକୁ ସଂକ୍ରମିତ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଭବିଷ୍ୟତରେ କରୋନା ଭାଇରସ୍ ପରି ଆଉ ଏକ ମହାମାରୀ ବ୍ୟାପିବାର ଆଶଙ୍କା ରହିଛି ବୋଲି ଏହି ଗବେଷଣାରେ ପୂର୍ବାନୁମାନ କରାଯାଇଛି।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ