ଆଜିଠୁ ରାଜ୍ୟରେ ଚାଲିଛି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ପୁରୀ ଓ ରାଉରକେଲା ମଧ୍ୟରେ ଏହା ଚଳାଚଳ କରିବ । ଭିଡିଓ କନଫେରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ମୋଦୀ ଏହାର ଶୁଭାରମ୍ଭ କରିବେ । ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଶନିବାରକୁ ଛାଡ଼ି ସପ୍ତାହର ୬ ଦିନ ଚାଲିବ । ପୁରୀରୁ ରାଉରକେଲା ଦୂରତାକୁ ଏହି ଟ୍ରେନ ୮ ଘଂଟାରୁ କମ୍ ସମୟ ଭିତରେ ସାରିବ । ପୁରୀରୁ ସକାଳ ୫ଟା ବାହାରି ଦିନ ୧୨ଟା ୪୫ରେ ରାଉରକେଲାରେ ପହଂଚିବ । ସେହିପରି ରାଉରକେଲାରୁ ଦିନ ୨ଟା ୧୦ ମିନିଟରେ ଛାଡ଼ି ରାତି ୯ଟା ୪୦ରେ ପୁରୀରେ ପହଂଚିବ । ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଖୋର୍ଦ୍ଧାରୋଡ଼, ଭୁବନେଶ୍ୱର, କଟକ, ଢେଙ୍କାନାଳ, ତାଳଚେର ରୋଡ, ଅନୁଗୁଳ, ରେଢ଼ାଖୋଲ, ସମ୍ବଲପୁର ଓ ଝାରସୁଗୁଡ଼ା ଷ୍ଟେସନରେ ରହିବ । ଏହି ଟ୍ରେନରେ ଯାତ୍ରୀଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ରହିଛି । ଆଜି ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ସହ ସାରା ଦେଶରେ ଅନ୍ୟ ୮ଟି ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାମନ୍ତ୍ରୀ ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା