ବାଲେଶ୍ୱର ଭୋଗରାଇ ବିଧାୟକ ଅନନ୍ତ ଦାସ ଗୁରୁତର । ତାଙ୍କୁ ଆଇସିୟୁରେ ଭର୍ତି କରାଯାଇଛି । ବୟସାଧିକ କାରଣରୁ ଗତ କିଛି ଦିନ ହେବ ସେ ସ୍ୱାସ୍ଥ୍ୟଗତ ସମସ୍ୟାର ସାମ୍ନା କରୁଥିଲେ । ଗତକାଲି ସଂଧ୍ୟାରେ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ । ଫଳରେ ପରିବାର ଲୋକେ ତୁରନ୍ତ ତାଙ୍କୁ ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତି କରାଇଛନ୍ତି । ପରେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଭର୍ତି ହୋଇଛନ୍ତି । ତେବେ ବିଧାୟକ ଅନନ୍ତ ଦାସ ଏବେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି । ଦୁଇ ଜଣ ବରିଷ୍ଠ ଡାକ୍ତର ବିଧାୟକଙ୍କ ଚିକିତ୍ସା କରୁଛନ୍ତି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି