କଟକ ବିକାଶରେ ଯୋଡ଼ି ହେଲା ନୂଆ ଅଧ୍ୟାୟ । ଲୋକାର୍ପିତ ହେଲା ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ୍ ଟର୍ମିନାଲ । ନେତାଜୀ ବସ୍ ଟର୍ମିନାଲକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆ ବସଷ୍ଟାଣ୍ଡରୁ ପୁରୀକୁ ଗଡ଼ିଲା ପ୍ରଥମ ବସ୍ । ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୧୫ ଏକର ପରିମିତ ଜମି ଉପରେ ନିର୍ମିତ ବସ ଟର୍ମିନାଲରେ ଖର୍ଚ୍ଚ ହୋଇଛି ୯୦.୨ କୋଟି ଟଙ୍କା । ଏଠାରେ ୧୯୨ ଟି ବସର ରହଣି ଓ ଯାତାୟାତ ସାଙ୍ଗକୁ ଯାତ୍ରୀଙ୍କ ପାଇଁ ପ୍ରତୀକ୍ଷାଳୟ, ବିଶ୍ରାମ କକ୍ଷ, ଆହାର କେନ୍ଦ୍ର, ହାଇଜେନିକ ଷ୍ଟଲ୍, ପୁରୁଷ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଟିକେଟ କାଉଣ୍ଟରର ସୁବିଧା ରହିଛି । ଇଲୋକ୍ଟ୍ରୋନିକ ସୂଚନା ବ୍ୟବସ୍ଥା ମଧ୍ୟ କରାଯାଇଛି । ସିସିଟିଭି ସହ ଟର୍ମିନାଲ ମଧ୍ୟରେ ଏକ ପୋଲିସ ଆଉଟ ପୋଷ୍ଟ ଯାତ୍ରୀଙ୍କ ସୁରକ୍ଷା ପାଇଁ ରହିବ । ଟର୍ମିନାଲରେ ମିଶନ ଶକ୍ତି କାଫେ, ଆହାର କେନ୍ଦ୍ର, ଏଟିଏମ୍ , ମୋବାଇଲ ଚାର୍ଜିଂ ପଏଣ୍ଟ ଭଳି ସୁବିଧା ରହିଛି ।
“The eyes believe themselves, the ears believe other people.”
More Stories
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍