ବଡ଼ଦିନ ଆଉ ମାତ୍ର ଦେଢ଼ ମାସ ବାକି ଥିବା ବେଳେ ଏହି ଉତ୍ସବକୁ ଅଧିକ ଚଳଚଞ୍ଚଳ କରିବା ନିମନ୍ତେ ସୋଆ ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟରେ ଶନିବାର ଦିନ ଏକ କେକ୍ ମିକ୍ସିଙ୍ଗ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଯୋଗ ଦେଇ କେକ୍ ମିକ୍ସିଙ୍ଗ ଉତ୍ସବରେ ସାମିଲ ହେବା ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏଭଳି ଏକ ଆନନ୍ଦଦାୟକ କାର୍ଯ୍ୟକ୍ରମ ସକରାତ୍ମକ ମନୋଭାବ ସୃଷ୍ଟି କରିବ ବୋଲି କହିଥିଲେ । ଦେଢ଼ ମାସ ପୂର୍ବରୁ ଏହି କେକ୍ ମିକ୍ସିଙ୍ଗ ପ୍ରସ୍ତୁତି ଆରମ୍ଭ ହେଉଥିବା ବେଳେ ବଡ଼ଦିନ ଅର୍ଥାତ ଡିସେମ୍ବର ୨୫ ତାରିଖର ଦୁଇ ଦିନ ପୂର୍ବରୁ କେକ୍ ପ୍ରସ୍ତୁତି ଆରମ୍ଭ କରାଯାଏ ଏବଂ ନିଜ ବନ୍ଧୁ, ପରିଜନ ଓ ପରିବାରବର୍ଗଙ୍କ ସହ ଅଂଶୀ କରାଯାଇଥାଏ ବୋଲି ଏସ୍ଏଚ୍ଏମ୍ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି କହିଛନ୍ତି । ବଡ଼ଦିନ ଖ୍ରୀଷ୍ଟ ଧର୍ମାବଲମ୍ବୀ ମାନଙ୍କ ପର୍ବ ଏବଂ କେବଳ ଭାରତ ନୁହେଁ ସାରା ବିଶ୍ୱରେ ଏହି ପର୍ବ ପାଳନ କରାଯାଇଥାଏ । ଏହା ଦ୍ୱାରା ଛାତ୍ରଛାତ୍ରୀମାନେ ମଧ୍ୟ ଭବିଷ୍ୟତରେ କିଭଳି ବଡ଼ଦିନ କେକ୍ ପ୍ରସ୍ତୁତ କରିବେ ସେ ନେଇ ନୂତନ ଶିକ୍ଷା ଗ୍ରହଣ କରିଥାନ୍ତି ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ୟୁନିଭର୍ସିଟି ଆଉଟରିଚ୍ ପ୍ରୋଗ୍ରାମ୍ର ନିର୍ଦ୍ଦେଶକ ପ୍ରଫେସର ନଚିକେତା ଶର୍ମା ଓ ଏସ୍ଏଚ୍ଏମ୍ର ଫ୍ୟାକଲ୍ଟି, ଛାତ୍ରଛାତ୍ରୀ ଏବଂ ମେମ୍ବର୍ସମାନେ ଉପସ୍ଥିତ ଥିଲେ ।
More Stories
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା
କୋଲ୍ ହପର୍ ଖସି ଶ୍ରମିକ ଆହତ