ଆଜି ବିଧାନସଭା ମୌସୁମୀ ଅଧିବେଶନର ତୃତୀୟ ଦିନ । ବିଭିନ୍ନ ବିଭାଗର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ରହିଛି । ପଞ୍ଚାୟତିରାଜ, ପାନୀୟଜଳ, ଗ୍ରାମ୍ୟ ଉନ୍ନୟନ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ, ବୈଷୟିକ ଶିକ୍ଷା, ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ରହିଛି । ଏହାସହ ଶିକ୍ଷକ ସମସ୍ୟାକୁ ନେଇ କଂଗ୍ରେସ ପକ୍ଷରୁ ମୁଲତବି ପ୍ରସ୍ତାବ ଅଣାଯାଇଛି । ମୌସୁମୀ ଅଧିବେଶନରେ ଜାଣିଶୁଣି ପ୍ରଶ୍ନକାଳକୁ ବିଜେପି ଚଳାଇ ଦେଉନଥିବା ଅଭିଯୋଗ ହୋଇଛି । ବିଜେପିର କାର୍ଯ୍ୟକଳାପରେ ଗତକାଲି ବିଧାୟକମାନେ ଅସନ୍ତୋଷ ପ୍ରକାଶ କରିଥିଲେ । ଆଜି ଅଧିବେଶନର ତୃତୀୟ ଦିନରେ ପ୍ରଶ୍ନକାଳ ସ୍ବାଭାବିକ ଚାଲିବ ନା ପୁରୁଣା ଷ୍ଟ୍ରାଟେଜୀକୁ ବିରୋଧୀ ଆପଣାଇ ହଟ୍ଟଗୋଳ କରିବେ ତାହା ଉପରେ ନଜର ରହିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା