The Topmost

“The eyes believe themselves, the ears believe other people.”

ନବୀନଙ୍କୁ ଚିଠିରେ କଣ ଲେଖିଛନ୍ତି ମୋହନ୍

ମାର୍ଚ୍ଚ ୫ରେ ଓଡ଼ିଶାର ବରପୁତ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ ହେବ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିମନ୍ତ୍ରଣ ଜଣାଇଛନ୍ତି ।

ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ସମାରୋହରେ ବିଶିଷ୍ଟ ଅତିଥି ଭାବେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଅନୁରୋଧ କରିଛନ୍ତି ।
ଚିଠିରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଆପଣଙ୍କୁ ମୋର ସାଦର ନମସ୍କାର । ଆସନ୍ତା ମାର୍ଚ୍ଚ ୫ ତାରିଖରେ ରାଜ୍ୟ ସରକାର ଓଡ଼ିଶାର ମହାନ ବରପୁତ୍ର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମହାସମାରୋହ ପାଳନ କରୁଛନ୍ତି ।

ଏଥିପାଇଁ ସ୍ଥାନୀୟ ଜୟଦେବ ଭବନଠାରେ ୫ ତାରିଖ ସନ୍ଧ୍ୟା ୭ଟା ସମୟରେ ଏକ ରାଜ୍ୟସ୍ତରୀୟ ସଭାର ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବରେ ଯୋଗ ଦେବା ପାଇଁ ମୁଁ ଆପଣଙ୍କୁ ଅନୁରୋଧ କରୁଛି । ଆପଣଙ୍କର ଉପସ୍ଥିତି ଏହି କାର୍ଯ୍ୟକ୍ରମର ଶୋଭା ବଢ଼ାଇବ ।

SHARE BY