ସମ୍ବାଦର ପୂର୍ବତନ କର୍ମଚାରୀଙ୍କ ଅଭିଯୋଗକ୍ରମେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ବା ଇଓଡବ୍ଲୁ ରେ ମାମଲା ରୁଜୁ । ମାମଲାରେ ସମ୍ବାଦର ମୁଖ୍ୟ ସମ୍ପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ମାନବ ସମ୍ବଳ ବିଭାଗର ମୁଖ୍ୟ ବୈଜୟନ୍ତୀ କରଙ୍କୁ ଅଭିଯୁକ୍ତ କରାଯାଇଛି । ଏମାନଙ୍କ ବିରୋଧରେ ଭାରତୀୟ ଦଣ୍ଡବିଧି ଆଇନର ୫୦୬, ୪୬୭, ୪୬୮, ୪୭୧, ୪୨୦ ଏବଂ ୧୨୦ (ଖ) ଧାରାରେ ମାମଲା ରୁଜୁ ହୋଇଛି । କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ଏବେ ଅଭିଯୁକ୍ତଙ୍କୁ ଡାକି ଜେରା କରିବ ବୋଲି ଜଣାପଡିଛି । ସୂଚନାଯୋଗ୍ୟ, ଗତକାଲି ଅପରାହ୍ନରେ ସମ୍ବାଦର ଜଣେ ପୂର୍ବତନ ଜିଲ୍ଲା ପ୍ରତିନିଧି ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ଶୋଷଣ, ନିର୍ଯାତନା ଓ ବ୍ୟାଙ୍କ ଘୋଟାଲା ନେଇ ଅଭିଯୋଗ ଆଣିଥିଲେ । ସେହିଭଳି ଇଷ୍ଟର୍ଣ୍ଣ ମିଡିଆର ମାନବ ସମ୍ବଳ ଅଧିକାରୀଙ୍କ ବିରୋଧରେ ଚାକିରିରୁ ବହିଷ୍କାର କରିବା ଧମକ ଭଳି ବିଭିନ୍ନ ଅଭିଯୋଗ କରିଥିଲେ । ଅଭିଯୋଗକାରୀଙ୍କ ଅନୁସାରେ, ସୌମ୍ୟଙ୍କ ନିର୍ଦ୍ଦେଶରେ ବିଭିନ୍ନ କର୍ମଚାରୀ ଓ ସାମ୍ବାଦିକଙ୍କ ଫେକ୍ ସାଲାରି ସାର୍ଟିଫିକେଟ୍ ଜରିଆରେ ବିଭିନ୍ନ ବ୍ୟାଙ୍କରୁ ଋଣ ଉଠାଯାଇଥାଏ । ଏହି ଋଣ ଟଙ୍କା ସୌମ୍ୟ ହଡ଼ପ କରିନିଅନ୍ତି । କର୍ମଚାରୀମାନେ ଋଣ କରିବାକୁ ମନାକଲେ ସେମାନଙ୍କୁ ଚାକିରିରୁ ବହିଷ୍କାର କରିବା ଲାଗି ମଧ୍ୟ ଧମକ ଦିଆଯାଇଥାଏ । କର୍ମଚାରୀଙ୍କୁ ଲୋନ୍ ଦେବା ପାଇଁ ଇଷ୍ଟର୍ଣ୍ଣ ମିଡିଆ ମାନବ ସମ୍ବଳ ବିଭାଗର ଅଧିକାରୀ ବୈଜୟନ୍ତୀ କର ବାଧ୍ୟ କରିବା ସହ ଚାକିରି ନେଇଯିବାର ଧମକ ଦେଇଥିବା ଭଳି ସାଂଘାତିକ ଅଭିଯୋଗ ସେ କରିଥିଲେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା