ତୁହାକୁ ତୁହା ଭିଜୁଛି ଓଡ଼ିଶା । ଘୂର୍ଣ୍ଣିବଳୟ ପ୍ରଭାବରେ ଜାରି ରହିଛି ବର୍ଷା । ଓଡିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ଆଜି ୧୯ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡା, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିଭଳି ୨୦ ତାରିଖରେ ୨୨ଟି ଜିଲ୍ଲା ଏବଂ ୨୧ ତାରିଖରେ ୧୨ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଓ୍ବେଲମାର୍କ ଲୋପ୍ରେସର ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବା ସହ ଦକ୍ଷିଣ-ପୂର୍ବ ରାଜସ୍ଥାନ ଏବଂ ପଶ୍ଚିମ ମଧ୍ୟପ୍ରଦେଶ ଉପରେ ରହିଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ