ସୁନ୍ଦରଗଡ଼ରେ ଥମିବାର ନାଁ ଧରୁନି ସ୍କ୍ରବ ଟାଇଫସ ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୯ ଆକ୍ରାନ୍ତ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ସୁନ୍ଦରଗ଼ଡରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୨୭୨କୁ ବୃଦ୍ଧି ପାଇଛି । ତେବେ ଭୟ ନକରି ଲୋକମାନେ ସଚେତନ ରହିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ ବିଭାଗ । ସାମାନ୍ୟ ଜ୍ବର କିମ୍ବା ସେପରି କୌଣସି ଲକ୍ଷଣ ଦେଖାଗଲେ ସ୍କ୍ରବ ଟାଇଫସ ଟେଷ୍ଟ କରିବା ପାଇଁ ଦିଆଯାଇଛି । ସ୍କ୍ରବ ଟାଇଫସ ରୋଗୀଙ୍କ ଚିକିତ୍ସା ପାଇଁ ଯଥେଷ୍ଟ ଔଷଧ ଏବଂ ଡାକ୍ତର ରହିଛନ୍ତି । ଗୁରୁତର ରୋଗୀଙ୍କ ପାଇଁ ଆଇସିୟୁ ମଧ୍ୟ ରହିଛି । ଯେକୌଣସି ବେସରକାରୀ ଡାକ୍ତରଖାନାରେ ଆକ୍ରାନ୍ତ ଚିହ୍ନଟ ହେଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କିମ୍ବା ରାଉରକେଲା ଆରଜିଏଚକୁ ପଠାଇବାକୁ କୁହାଯାଇଛି । ଗାଁ ଗାଁରେ ଡାକବାଜି ଯନ୍ତ୍ର ଦ୍ବାରା ସଚେତନା କରାଯାଉଥିବାବେଳେ ବିଭିନ୍ନ ଛକ ଓ ହାଟ ମାନଙ୍କରେ ପାଲା ମାଧ୍ୟମରେ ସ୍କ୍ରବ ଟାଇଫସ ରୋଗର ଲକ୍ଷଣ ଓ ନିରାକରଣ ସମ୍ପର୍କରେ ସଚେତନ କରାଯାଉଛି।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା