The Topmost

“The eyes believe themselves, the ears believe other people.”

ମାସକରେ ଦୁଇଥର ବଢିଲା ସରକାରୀ କର୍ମଚାରୀ ମହଙ୍ଗା ଭତ୍ତା

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ଜୁଲାଇ ପହିଲା ୨୦୨୪ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହାଦ୍ୱାରା ପ୍ରାୟ ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ।