ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ । ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହୋଇପାରେ । ଆସନ୍ତାକାଲିଠାରୁ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୧ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ସପ୍ତାହେ ଧରି ବର୍ଷା ଜାରି ରହିବ ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା