ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସ ଶେଷ ସୁଦ୍ଧା ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ଦିଆଯିବ। ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପରେ ମଧ୍ୟ ଇକେୱାଇସି ଅପଡେଟ କଲେ କିମ୍ବା ଅପ୍ଟ ଇନ କଲେ ଯୋଜନାରେ ସାମିଲ ହୋଇ ପାରିବେ ହିତାଧିକାରୀ। କେହି ବି ଜଣେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦିଆଯିବନି।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ସୁଭଦ୍ରା ଯୋଜନାରେ ‘ଅପ୍ଟ ଆଉଟ୍ ହୋଇଥିବା ୩୧ ହଜାର ମହିଳାଙ୍କ ମଧ୍ୟରୁ ୧୭ ହଜାର ମହିଳା ପୁଣି ସାମିଲ୍ ହୋଇଛନ୍ତି। ବାକି ୧୪ ହଜାର ମହିଳା ଅପ୍ଟ ଇନ୍ ନ କରିପାରନ୍ତି। ଆହୁରି ୨ ଲକ୍ଷରୁ ଊର୍ଦ୍ଧ୍ବ ମହିଳା କେୱାଇସି ଅପଡେଟ କରିନାହାନ୍ତି। ସେମାନଙ୍କୁ ଅନୁରୋଧ କରୁଛି ସେମାନେ ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପୂର୍ବରୁ ଇକେୱାଇସି ଅପଡେଟ କରିଦିଅନ୍ତୁ।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହୁରି କହିଛନ୍ତି, ସୁଭଦ୍ରା ଯୋଜନାରେ ‘ଅପ୍ଟ ଆଉଟ୍ ହୋଇଥିବା ୩୧ ହଜାର ମହିଳାଙ୍କ ମଧ୍ୟରୁ ୧୭ ହଜାର ମହିଳା ପୁଣି ସାମିଲ୍ ହୋଇଛନ୍ତି। ବାକି ୧୪ ହଜାର ମହିଳା ଅପ୍ଟ ଇନ୍ ନ କରିପାରନ୍ତି। ଆହୁରି ୨ ଲକ୍ଷରୁ ଊର୍ଦ୍ଧ୍ବ ମହିଳା କେୱାଇସି ଅପଡେଟ କରିନାହାନ୍ତି। ସେମାନଙ୍କୁ ଅନୁରୋଧ କରୁଛି ସେମାନେ ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପୂର୍ବରୁ ଇକେୱାଇସି ଅପଡେଟ କରିଦିଅନ୍ତୁ।
ସୂଚନାଯୋଗ୍ୟ, ଗତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ଭୁବନେଶ୍ବରରେ ସୁଭଦ୍ରା ଯୋଜନା ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବଟନ ଟିପି ଏହି ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ। ଏହାଫଳରେ ହିତାଧିକାରୀ ମହିଳାମାନଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କାର ପ୍ରଥମ କିସ୍ତି ଯାଇଥିଲା। ଏହି ଉତ୍ସବରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେ.ଭି ସିଂଦେଓ ଉପସ୍ଥିତ ଥିଲେ। ଏହାଛଡ଼ା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୁଏଲ୍ ଓରାମ ବି ମଞ୍ଚାସୀନ ଥିଲେ। ଏହି ଉତ୍ସବରେ ବିଭିନ୍ନ ଜିଲ୍ଲାର ହିତାଧିକାରୀମାନଙ୍କୁ ମଞ୍ଚକୁ ଆମନ୍ତ୍ରିତ କରାଯାଇଥିଲା।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍