କମିଲା ସୁନା ଦର, ସୁନା ଦୋକାନରେ ଗହଳି

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୬୯, ହଜାର ୫୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୫ ହଜାର ୯୨୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୯, ୬୨୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୫,୯୨୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୯, ୫୯୦ ଟଙ୍କା ଓ ୭୫,୯୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୯,୭୪୦ ଟଙ୍କା ଓ ୭୬, ୦୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୯, ୫୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୫,୯୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୯, ୫୯୦ ଟଙ୍କା ଓ ୭୫,୯୨୦୦ ଟଙ୍କା ରହିଛି । ସେହିପରି ୫୦୦ ଟଙ୍କା ରୁପା ଦର ବଢ଼ିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୨ହଜାର ୯୦୦ ଟଙ୍କା ହୋଇଛି ।

SHARE BY