ଆଉ ୩ ଦିନ ବର୍ଷିବ । ଲଘୁଚାପ ଦୁର୍ବଳ ହୋଇଥିଲେ ମଧ୍ୟ ଏବେ ବି ସକ୍ରିୟ ରହିଛି ଏହାର ପ୍ରଭାବ । ଉତ୍ତର ଛତିଶଗଡ଼ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ଲଘୁଚାପର ଅବସ୍ଥିତି ରହିଛି । ଏହାର ପ୍ରଭାବରେ ଆଗାମୀ ୩ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ।
ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।
ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲା ବରଗଡ଼, ବୌଦ୍ଧ, ସୋନପୁର ଓ ସମ୍ବଲପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲା ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କଟକ ଓ କେନ୍ଦ୍ରାପଡ଼ାକୁ ୟେଲୋ ଆଲର୍ଟ ଜାରି ହୋଇଛି । ତେବେ ୨୫ ତାରିଖରୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାନେଇ ଆଶଙ୍କା କରାଯାଉଛି । ଯାହାଫଳରେ ପୁଣିଥରେ ବର୍ଷାର ପ୍ରକୋପ ବଢିବାର ଅନୁମାନ କରାଯାଉଛି । ସେପଟେ ରାଜ୍ୟରେ ଏଯାଏ ୧୭ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା