ବିଜେପି ବିଧାୟକଙ୍କ ହଟ୍ଟଗୋଳ ଯୋଗୁ ଶନିବାର ମଧ୍ୟ ଧୋଇଗଲା ବିଧାନସଭାର ପ୍ରଶ୍ନକାଳ । ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲ ବିଜେପି ବିଧାୟକ । ପର୍ଯ୍ୟଟନକ ମନ୍ତ୍ରୀ ଅଶ୍ବିନୀ ପାତ୍ର ଉତ୍ତର ରଣଖୁଥିବା ବେଳେ ବିଜେପି ବିଧାୟୟକମାନେ ନାରାବାଜି ଦେଇଥିଲେ । ୨ ବିଧାୟକଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର ଦାବି କରିଥିଲେ ବିଜେପି ସଦସ୍ୟ । ହଟ୍ଟଗୋଳ ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି । ମହିଳାଙ୍କୁ ଅସମ୍ମାନ କରିଛି ବିଜେପି । ସ୍ବାଧୀନୋତ୍ତର ଓଡ଼ିଶାର ପ୍ରଥମ ମହିଳା ବାଚସ୍ପତିଙ୍କ ପୋଡିୟମ ଉପରକୁ ଡାଲି ଫିଙ୍ଗି ବିଜେପି ଅଶୋଭନୀୟ ଆଚରଣର ସବୁ ସୀମା ଟପିଛି । ଯେଉଁଥିପାଇଁ ବିଜେପିର ଦୁଇ ବିଧାୟକ ମୋହନ ମାଝି ଓ ମୁକେଶ ମହାଲିଙ୍ଗକୁ ଚଳିତ ମୌସୁମୀ ଅଧିବେଶନରୁ ନିଲମ୍ବନ କରାଯାଇଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ