କାନାଡା ଲୋକଙ୍କ ପାଇଁ ଭିସା ସେବା ରଦ୍ଦ କଲା ଭାରତ । ଦୁଇ ଦେଶ ଭିତରେ ଲାଗି ରହିଥିବା ତିକ୍ତତା ଭିତରେ ଭାରତ ତରଫରୁ ଏପରି ବଡ ପଦକ୍ଷେପ ନିଆଯାଇଛି । ଅନିର୍ଦ୍ଧିଷ୍ଟ କାଳ ପାଇଁ ଏହି ଭିସା ସେବାକୁ ରଦ୍ଦ କରିଦିଆଯାଇଛି । ଅର୍ଥାତ କାନାଡାରୁ ଭାରତକୁ ଆସିବାକୁ ଥିବା କାନାଡା ନାଗରିକଙ୍କୁ ଏବେ ଭାରତର ଭିସା ଅନିର୍ଦ୍ଧିଷ୍ଟ କାଳ ପାଇଁ ମିଳିପାରିବ ନାହିଁ । ଏନେଇ ବିଏଲଏସ ଇଣ୍ଟରନ୍ୟାସନାଲ ୱେବସାଇଟ୍ ଜରିଆରେ ନୋଟିସ୍ ଜାରି କରି ସୂଚନା ଦିଆଯାଇଛି । ମିଳିଥିବା ସୂଚନା ମୁତାବକ, ନୋଟିସରେ ଉଲ୍ଲେଖ କରାଯାଇଛି ଯେ, ପରିଚାଳନା ଗତ କାରଣରୁ ସେପ୍ଟେମ୍ବର ୨୧ ତାରିଖଠାରୁ ଆଗାମୀ ସୂଚନା ପର୍ଯ୍ୟନ୍ତ ଭାରତୀୟ ଭିସା ସେବାକୁ ରଦ୍ଦ କରିଦିଆଯାଉଛି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ