ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେ.ପି. ନଡ୍ଡା । ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ ପ୍ରଥମଥର ପାଇଁ ଆସନ୍ତା ୨୯ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ନଡ୍ଡା । ସେ ୨୯ତାରିଖ ସକାଳ ୧୦ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସହ ବିଶାଳ ଶୋଭାଯାତ୍ରାରେ ରାଜ୍ୟ କାର୍ଯ୍ୟାଳୟକୁ ନିଆଯିବ । ସେଠାରୁ ସେ ଦିନ ୧୧ଟାରେ ଜନତା ମଇଦାନ ଯାଇ ବିଜେପିର ପ୍ରତ୍ୟେକ ଶକ୍ତି କେନ୍ଦ୍ରର କର୍ମକର୍ତ୍ତାଙ୍କୁ ସମ୍ବୋଧିତ କରିବେ । ବିଜେପି ପକ୍ଷରୁ ଜନତା ମଇଦାନରେ ୨ଦିନିଆ ସାଙ୍ଗଠନିକ କାର୍ଯ୍ୟକ୍ରମ ଆୟୋଜନ ହୋଇଛି । ପ୍ରଥମ ଦିନରେ ଶକ୍ତି କେନ୍ଦ୍ର ପ୍ରମୁଖଙ୍କ ସହ ସଂଗଠନକୁ ସୁଦୃଢ଼ କରିବା ପ୍ରସଙ୍ଗରେ ଆଲୋଚନା କାର୍ଯ୍ୟକ୍ରମ ଥିବାବେଳେ ଦ୍ୱିତୀୟ ଦିନରେ ସମସ୍ତ ଜିଲ୍ଲାର ବିଜେପି ସଭାପତି, ପଦାଧିକାରୀ, ବିଧାୟକ, ସାଂସଦ, ପୂର୍ବତନ ବିଧାୟକ ଓ ସାଂସଦ ପ୍ରାର୍ଥୀ ଏବଂ ପ୍ରଭାରୀଙ୍କ ସହ ବିଭିନ୍ନ ପର୍ଯ୍ୟାୟରେ ବୈଠକ କରିବେ ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
କାଲି ଘୋଷଣା ହେବ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ନାଁ