ନଭେମ୍ବର ୧୪ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାୟୁ ମଣ୍ଡଳର ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରେ ଏହା ଲଘୁଚାପର ରୂପ ନେଇପାରେ ବୋଲି ସୋଆ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ସୂଚନା ଦେଇଛି । ମିଳିଥିବା ପ୍ରାରମ୍ଭିକ ତଥ୍ୟାନୁଯାୟୀ ଏହି ଘୂର୍ଣ୍ଣିବଳୟ ଉତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ଥିବା ବେଳେ ଏହା ଦିଗ ପରିବର୍ତନ କରି ନଭମ୍ବେର ୧୬ ସୁଦ୍ଧା ଉତର ଦିଗ ଆଡ଼କୁ ମୁହାଁଇ ପାରେ ବୋଲି ସିଇସି ପକ୍ଷରୁ ଜାରୀ ହୋଇଥିବା ବୁଲେଟିନ୍ କହିଛି । ଏହାର ପ୍ରଭାବରେ ନଭେମ୍ବର ୧୫ ରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାବେଳେ ଏହାର ପରବର୍ତୀ ଦିନ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ଘୂର୍ଣ୍ଣିବଳୟ ଉତର ଦିଗ ଆଡ଼କୁ ମୁହାଁଉଥିବାରୁ ଉପକୂଳ ଓ ଉତର ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ନଭେମ୍ବର ୧୬ ତାରିଖ ରାତିରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ନଭେମ୍ବର ୧୬ ରୁ ୧୮ ମଧ୍ୟରେ ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର ଓ କେନ୍ଦୁଝର ପ୍ରଭୃତି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା