ସୃଷ୍ଟି ହେଲା ସୁଦୃଶଃ -ଲଘୁଚାପ କ୍ଷେତ୍ର । ୱେଲମାର୍କ ଲୋ-ପ୍ରେସର ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ । ଏହା ଆଗାମୀ ୨ ଦିନ ଯାଏଁ ଓଡିଶା ଏବଂ ଛତିଶଗଡ ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କଳହାଣ୍ଡି, ନୂଆପଡା, ବଲାଙ୍ଗିର, ବରଗଡ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ନବରଙ୍ଗପୁର ଏବଂ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ । ୧୭ ଏବଂ ୧୮ ତାରିଖରେ ବର୍ଷାର ପରିମାଣ କମିବା ସହ ପୁଣି ୧୯ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।
More Stories
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି