ଅପରାଧିକ ମାମଲାରେ ମିଡିଆ ଟ୍ରାଏଲକୁ ନେଇ ହସ୍ତକ୍ଷେପ କରିଛନ୍ତି ସୁପ୍ରିମକୋର୍ଟ । କୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ, ପୋଲିସ ମିଡିଆ ବ୍ରିଫିଂ ଉପରେ ବିସ୍ତୃତ ଗାଇଡଲାଇନ ପ୍ରସ୍ତୁତ କରାଯାଉ । ଦୁଇମାସ ମଧ୍ୟରେ ଗଣମାଧ୍ୟମ ବ୍ରିଫିଂ ସମ୍ପର୍କିତ ମାନୁଆଲ ପ୍ରସ୍ତୁତ କରିବାକୁ କୋର୍ଟଙ୍କ ତରଫରୁ ଗୃହମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ରାଜ୍ୟର ଡିଜିପି ଏକମାସ ମଧ୍ୟରେ ଗୃହ ମନ୍ତ୍ରଣାଳୟକୁ ପରାମର୍ଶ ଦେବେ । ୨୦୨୪ ଜାନୁଆରୀ ଦ୍ୱିତୀୟ ସପ୍ତାହରେ ଏହି ମାମଲାର ଶୁଣାଣି ହେବ । ଏହି ମାମଲାର ଶୁଣାଣି ସମୟରେ ମୁଖ୍ୟ ବିଚାରପତି ଡି ୱାଇ ଚନ୍ଦ୍ରଚୁଡ କହିଛନ୍ତି ଯେ ଗଣମାଧ୍ୟମରେ ଟ୍ରାଏଲ ଦ୍ୱାରା ନ୍ୟାୟପାଳିକା ପ୍ରଭାବିତ ହେଉଛି । ପୋଲିସର ସମ୍ବେଦନଶୀଳତା ଆସିବା ଜରୁରୀ । କେଉଁ ପର୍ଯ୍ୟାୟରେ ତଦନ୍ତର ବିବରଣୀ ପ୍ରକାଶ କରିବାର ଆବଶ୍ୟକତା ରହିଛି ଏହା ଏକ ଗୁରୁତ୍ୱପୂର୍ଣ୍ଣ ପସଙ୍ଗ । କାରଣ ଏହା ପୀଡିତ ବା ଅଭିଯୁକ୍ତଙ୍କ ସହିତ ସାଧାରଣ ଜନତାଙ୍କୁ ସ୍ୱାର୍ଥ ସହିତ ଜଡିତ ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍