ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ । ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ରାୟ ବିରୋଧରେ ହାଇକୋର୍ଟ ଯାଇଛନ୍ତି । ଦଣ୍ଡାଦେଶ ଉପରେ ରହିତାଦେଶ ପାଇଁ ଆବେଦନ କରିଛନ୍ତି ମୋକିମ୍ । ଓଆରଏଚଡିସି ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟ ତାଙ୍କୁ ୩ ବର୍ଷ ଜେଲ ସହ ଜୋରିମାନାରେ ଦଣ୍ଡିତ କରିଛନ୍ତି । ଭିଜିଲାନ୍ସ କୋର୍ଟର ଏହି ଦଣ୍ଡକୁ ଖାରଜ ପାଇଁ ଅନୁରୋଧ କରିଛନ୍ତି ବାରବାଟୀ ବିଧାୟକ । ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ମିଳିଲେ ହିଁ ବିଧାୟକ ପଦ ରହିବ । ୨୧୦୩ର ସୁପ୍ରିମକୋର୍ଟଙ୍କ ରାୟ ଆଧାରରେ ୩ ବର୍ଷରୁ ଅଧିକ ଜେଲ ଦଣ୍ଡରେ ଦଣ୍ଡିତ ହୋଇଥିବାରୁ ବିଧାୟକଙ୍କ ପଦ ରଦ୍ଦ ହୋଇଯାଇଥିବା କୁହାଯାଉଛି । କିନ୍ତୁ ହାଇକୋର୍ଟରେ ମାମଲାର ଶୁଣାଣି ପରେ ଆଗକୁ ଏହି ଘଟଣା ସମ୍ପର୍କିତ ସ୍ଥିତି ସ୍ପଷ୍ଟ ହୋଇଯିବ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ