ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ । ଅକ୍ଟୋବର ୪ ତାରିଖ ଯାଏ ଚାଲିବାକୁ ଥିବା ଅଧିବେଶନରେ ମୋଟ୍ ୮ଟି କାର୍ଯ୍ୟ ଦିବସ ରହିଛି । ସକାଳ ୧୧ଟାରୁ ଗୃହ କାର୍ଯ୍ୟ ଆରମ୍ଭ ହେବାକୁ ଥିବାବେଳେ ସାଢେ ୧୦ଟାରେ ବିଜେଡିର ବିଧାୟକ ଦଳ ବୈଠକ ବସିବ । ବୈଠକରେ ଦଳ ଗୃହ କାର୍ଯ୍ୟ ପାଇଁ ରଣନୀତି କରିବ । ଅନ୍ୟ ଦୁଇ ପ୍ରମୁଖ ଦଳ ବିଜେପି ଓ କଂଗ୍ରେସ ମଧ୍ୟ ବିଧାୟକ ଦଳ ବୈଠକରେ ନିଜ ରଣନୀତି ପ୍ରସ୍ତୁତ କରିବେ । ବିରୋଧୀଙ୍କ ଦ୍ବାରା ଆଗତ ସମସ୍ତ ପ୍ରସଙ୍ଗରେ ଆଲୋଚନା କରିବାକୁ ପ୍ରସ୍ତୁତ ଥିବା ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି କହିଛନ୍ତି । ସେପଟେ ଦରଦାମ ବୃଦ୍ଧି ଓ ବେକାରୀ ସମସ୍ୟାକୁ କଂଗ୍ରେସ ପ୍ରସଙ୍ଗ କରିବ । ଆସନ୍ତା ୨୮ ତାରିଖରେ ୨୦୨୩-୨୪ ଆର୍ଥିକବର୍ଷର ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବ । ଅକ୍ଟୋବର ୩ ତାରିଖରେ ଗୃହୀତ ହେବ ବ୍ୟୟ ମଞ୍ଜୁରୀ ବିଲ୍ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ