ପୁଅକୁ ହରାଇ ଭାଙ୍ଗିପଡ଼ିଛନ୍ତି ସହିଦ ଓଡ଼ିଆ ଯବାନ ସରୋଜ କୁମାର ଦାସଙ୍କ ପରିବାର । ଶନିବାର ଜନ୍ମମାଟିକୁ ଆସିବ ସିକ୍କିମ୍ ବନ୍ୟାରେ ସହିଦ ହୋଇଥିବା ସରୋଜଙ୍କ ପାର୍ଥିବ ଶରୀର । ଢେଙ୍କାନାଳ କାମାକ୍ଷାନଗର ଦିଘିରେ ତାଙ୍କ ଶେଷକୃତ୍ୟ କରାଯିବ । ଭୁବନେଶ୍ବର ବିମାନବନ୍ଦରରେ ପାର୍ଥିବ ଶରୀର ପହଞ୍ଚିବା ପରେ ସେଠାରୁ ଶୋଭାଯାତ୍ରାରେ ଜନ୍ମମାଟି କାମାକ୍ଷାନଗରର କେନ୍ଦୁଢିପକୁ ନିଆଯିବ । ସେଠାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଅନ୍ତିମ ସଂସ୍କାର କରାଯିବ । ଏଥିପାଇଁ ଗାଁ ଲୋକ ଓ ପ୍ରଶାସନ ପ୍ରସ୍ତୁତି କରିଛନ୍ତି । ସରୋଜଙ୍କ ବିୟୋଗରେ ଗାଁରେ ଶୋକାକୁଳ ପରିବେଶ ଲାଗି ରହିଛି ।
More Stories
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି
ମାଗଣାରେ ଅପଡେଟ୍ କରିପାରିବେ ଆଧାର କାର୍ଡ୍
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି