କଟକ ବିକାଶରେ ଯୋଡ଼ି ହେବ ନୂଆ ଅଧ୍ୟାୟ । ଆଜି ଲୋକାର୍ପିତ ହେବ ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ ଟର୍ମିନାଲ । ନେତାଜୀ ବସ୍ ଟର୍ମିନାଲକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବସ ଟର୍ମିନାଲ ସହ ସହରରେ ନିର୍ମିତ ହୋଇଥିବା ଓ ହେବାକୁ ଯାଉଥିବା ୧୨ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ୧୫ ଏକର ପରିମିତ ଜମି ଉପରେ ନିର୍ମିତ ବସ ଟର୍ମିନାଲରେ ଖର୍ଚ୍ଚ ହୋଇଛି ୯୦.୨ କୋଟି ଟଙ୍କା । ଏଠାରେ ୧୯୨ଟି ବସର ରହଣି ଓ ଯାତାୟାତ ସାଙ୍ଗକୁ ଯାତ୍ରୀଙ୍କ ପାଇଁ ପ୍ରତୀକ୍ଷାଳୟ, ବିଶ୍ରାମ କକ୍ଷ, ଆହାର କେନ୍ଦ୍ର, ହାଇଜେନିକ ଷ୍ଟଲ୍, ପୁରୁଷ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଟିକେଟ କାଉଣ୍ଟରର ସୁବିଧା ରହିଛି । ଇଲୋକ୍ଟ୍ରୋନିକକ୍ସ ସୂଚନା ବ୍ୟବସ୍ଥା ମଧ୍ୟ କରାଯାଇଛି । ସିସିଟିଭି ସହ ଟର୍ମିନାଲ ମଧ୍ୟରେ ଏକ ପୋଲିସ ଆଉଟ ପୋଷ୍ଟ ଯାତ୍ରୀଙ୍କ ସୁରକ୍ଷା ପାଇଁ ରହିବ ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା