ରାଜ୍ୟର ଅଭିଭାବକମାନଙ୍କ ପାଇଁ ବଡ଼ ଖବର ଆସିଛି। ‘ଜାତୀୟ ଶିକ୍ଷା ନୀତି-୨୦୨୦’କୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗ ପକ୍ଷରୁ ଏଥିରେ କୁହାଯାଇଛି ଯେ, ପିଲାମାନଙ୍କର ବୟସ ୬ବର୍ଷ ହୋଇନଥିଲେ ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ। ଶିକ୍ଷାବର୍ଷ ୨୦୨୫-୨୬ ମସିହାରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବ।
ବିଜ୍ଞପ୍ତିରେ କୁହାଯାଇଛି ଯେ, ରାଜ୍ୟର ସବୁ ସରକାରୀ ପ୍ରାଥମିକ ସ୍କୁଲରେ ‘ଶିଶୁ ବାଟିକା’ ଖୋଲିବ, ଯେଉଁଠି ୫-୬ବର୍ଷ ବୟସର ପିଲାମାନଙ୍କୁ ‘ପ୍ରି ସ୍କୁଲ ଶିକ୍ଷା’ରେ ନାମ ଲେଖାଇବାର ସୁଯୋଗ ମିଳିବ। ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟ ସରକାର ଏଭଳି କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ କାର୍ଯ୍ୟକାରୀ ପାଇଁ ପଦକ୍ଷେପ ନେଇଛନ୍ତି।
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ‘ଜାତୀୟ ଶିକ୍ଷା ନୀତି-୨୦୨୦’ର ପ୍ରାବଧାନ ଅନୁସାରେ ରାଜ୍ୟ ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ପିଲାଙ୍କ ବୟସ ୬ବର୍ଷ ହୋଇଥିବା ଜରୁରୀ।
ଶିକ୍ଷାବର୍ଷର ସେପ୍ଟେମ୍ବର ପହିଲା ସୁଦ୍ଧା ପିଲାର ବୟସ ୬ବର୍ଷରୁ ଊର୍ଦ୍ଧ୍ବ ହେବା ଆବଶ୍ୟକ। ୨୦୨୫-୨୬ ଶିକ୍ଷାବର୍ଷରୁ ସମସ୍ତ ପ୍ରାଥମିକ ସ୍କୁଲରେ ଅତିରିକ୍ତ ପ୍ରି ସ୍କୁଲ ଶ୍ରେଣୀ ଖୋଲିବ, ଯାହାକି ‘ଶିଶୁବାଟିକା’ ନାମରେ ନାମିତ ହେବ ଓ ସେଠାରେ ୫-୬ବର୍ଷ ବୟସର ପିଲାମାନେ ନାମଲେଖାଇ ପାରିବେ।ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାର ଗତ ସପ୍ତାହରେ ‘ଜାତୀୟ ଶିକ୍ଷା ନୀତି-୨୦୨୦’କୁ କାର୍ଯ୍ୟକାରୀ କରିବା ପାଇଁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଥିଲେ।
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି