ସିକ୍କିମର ପ୍ରଳୟଙ୍କାରୀ ବନ୍ୟାରେ ଓଡ଼ିଆ ଯବାନ ସରୋଜ କୁମାର ଦାସ ସହିଦ । ଢେଙ୍କାନାଳ କାମାକ୍ଷାନଗର ଦିଘି ପଞ୍ଚାୟତର କେନ୍ଦୁଢିପବାସୀ ସରୋଜ ଦାସ ସହିଦ ହୋଇଯାଇଛନ୍ତି । ଏ ଖବର ପହଞ୍ଚିବା ପରେ ପରିବାର ସହ ପୂରା ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ପରିବାର ଲୋକେ ଭିଡିଓ କଲ୍ ମାଧ୍ୟମରେ ମୃତଦେହ ଚିହ୍ନଟ କରିଛନ୍ତି । ବନ୍ୟାରେ ମୋଟ୍ ନିଖୋଜ ହୋଇଥିବା ୨୩ ଜଣ ଯବାନଙ୍କ ମଧ୍ୟରେ ଥିଲେ ଓଡ଼ିଆ ଯବାନ ସରୋଜ କୁମାର ଦାସ । ସରୋଜଙ୍କ ଘର ଢେଙ୍କାନାଳ କାମାକ୍ଷାନଗର ଦିଘି ପଞ୍ଚାୟତର କେନ୍ଦୁଢିପ ଗାଁରେ । ଗତ ମଙ୍ଗଳବାର ରାତିରେ ଭାଇ ମନୋଜ ଫୋନ ଯୋଗେ ସରୋଜଙ୍କ ସହ କଥା ହୋଇଥିଲେ । ସିକ୍କିମରେ ପ୍ରବଳ ବର୍ଷା ହେଉଥିବା କହିଥିଲେ ସରୋଜ । ସେହି ସମୟରେ ସରୋଜ ଅନ୍ୟ ଯବାନଙ୍କ ସହ ଟ୍ରେନିଂ ସାରି ୟୁନିଟକୁ ଫେରୁଥିଲେ ବୋଲି ଭାଇଙ୍କୁ କହିଥିଲେ । ପରେ ପ୍ରଳୟଙ୍କରୀ ବନ୍ୟାରେ ସରୋଜଙ୍କ ସମେତ ୨୩ ଜଣ ଯବାନ ଭାସି ଯାଇଥିବା ଘରକୁ ଫୋନ ଆସିଥିଲା । ୭ ମାସ ତଳେ ବିବାହ କରିଥିଲେ ସରୋଜ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି