ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ଜନସଭାକୁ ସମ୍ବୋଧିତ କରିବା ଅବସରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରିଛନ୍ତି। ଏହି ଅବସରରେ ସେ ବିହାର, ଉତ୍ତରପ୍ରଦେଶ, ଝାଡ଼ଖଣ୍ଡ, ଆସାମ ଓଡ଼ିଶାର ନାମ ନେଇଛନ୍ତି। ମମତାଙ୍କ ଟିପ୍ପଣୀକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରତିକ୍ରିୟା ଦେଇଛନ୍ତି।
ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ, ଓଡ଼ିଶାବାସୀ ମଧ୍ୟ ଦାୟିତ୍ୱବାନ ଏବଂ ସଚେତନ। ଆମ ରାଜ୍ୟ ଓଡ଼ିଶା ପ୍ରତି ଆପଣଙ୍କର ଏଭଳି ବିଦ୍ୱେଷ ଭାବ, ନକରାତ୍ମକ ମନ୍ତବ୍ୟ ଏବଂ ସମ୍ବେଦନହୀନ ମନୋଭାବକୁ ଆମ ଓଡ଼ିଶାବାସୀ କେବେବି ଗ୍ରହଣ କରିବେ ନାହିଁ।
ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ମମତାଙ୍କୁ ଶ୍ରୀ ମାଝୀ କହିଛନ୍ତି, ଆପଣଙ୍କୁ ଏ ଅଧିକାର ଦେଲା କିଏ? ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ, ଓଡ଼ିଶାବାସୀ ମଧ୍ୟ ଦାୟିତ୍ୱବାନ ଏବଂ ସଚେତନ। ଆମ ରାଜ୍ୟ ଓଡ଼ିଶା ପ୍ରତି ଆପଣଙ୍କର ଏଭଳି ବିଦ୍ୱେଷ ଭାବ, ନକରାତ୍ମକ ମନ୍ତବ୍ୟ ଏବଂ ସମ୍ବେଦନହୀନ ମନୋଭାବକୁ ଆମ ଓଡ଼ିଶାବାସୀ କେବେବି ଗ୍ରହଣ କରିବେ ନାହିଁ। ଜଘନ୍ୟ ଅପରାଧର ଶିକାର ହୋଇଥିବା ଝିଅକୁ ନ୍ୟାୟ ନ ଦେଇ, ପ୍ରତିଶୋଧ ପରାୟଣ ଭାବ ନେଇ ଆପଣ ଯେଉଁ ମନ୍ତବ୍ୟ ଦେଉଛନ୍ତି ତାହା ଦେଶପାଇଁ ବିପଦ ଜନକ। ଆପଣଙ୍କୁ ଅନୁରୋଧ, ଏଥିରୁ କ୍ଷାନ୍ତ ରୁହନ୍ତୁ। ଶାନ୍ତ ରହନ୍ତୁ।
More Stories
କଳାହାଣ୍ଡି ଗସ୍ତରେ ମୁଖ୍ୟମନ୍ତ୍ରୀ, ଲାଗିଛି ବ୍ୟାପକ ପ୍ରସ୍ତୁତି
କଥା ରଖିଲେ ମୋହନ, ଶ୍ରୀମନ୍ଦିରକୁ 500 କୋଟିର କର୍ପସ ପାଣ୍ଠି ମଞ୍ଜୁର
ସବୁଠୁ ବଡ ସମସ୍ୟା ମହିଳାଙ୍କ ସୁରକ୍ଷା- ସୁପ୍ରିୟା ଶ୍ରୀନେତ