ଏଏସଓ ପରୀକ୍ଷାରେ ଅନିୟମିତତା ମାମଲା । ୬ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ପୂର୍ବରୁ ପ୍ରକାଶିତ ମେଧା ତାଲିକା ରଦ୍ଦ କରି ନୂଆ ମେଧା ତାଲିକା ପ୍ରକାଶ କରିବାକୁ ଓପିଏସସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ମେ ୧୯ରେ ହାଇକୋର୍ଟ ଦେଇଥିବା ଏହି ରାୟ ଦୁଇ ମାସ ମଧ୍ୟରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ରହିଥିଲା । ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ ବିଳମ୍ବ ହେଉଥିବା ଦର୍ଶାଇ ହାଇକୋର୍ଟରେ ଓପିଏସସି ବିରୁଦ୍ଧରେ ଅଦାଲତ ଅବମାନନା ମାମଲା କରିଥିଲେ କିଛି ପରୀକ୍ଷାର୍ଥୀ । ୭୯୬ ଏଏସଓ ପଦ ପାଇଁ ୨୦୨୨, ଅଗଷ୍ଟ ୨୭ ତାରିଖରେ ଲିଖିତ ପରୀକ୍ଷା ହୋଇଥିଲା। ମୋଟ୍ ୧ଲକ୍ଷ ୪୮ହଜାର ୮୮୮ଜଣ ପ୍ରାର୍ଥୀ ପରୀକ୍ଷା ଦେଇଥିଲେ । ଆରମ୍ଭରୁ ବିବାଦରେ ରହିଥିବା ଏଏସଓ ପରୀକ୍ଷାକୁ ନେଇ କେତେକ ପ୍ରାର୍ଥୀ ଧାରଣା ଦେଇଥିଲେ। ଏ ନେଇ ପୂର୍ବରୁ ହାଇକୋର୍ଟରେ ଏକାଧିକ ମାମଲା ଦାୟର ହୋଇଥିଲା । ହାଇକୋର୍ଟଙ୍କ ନଭେମ୍ବର ୧୪ର ରାୟ ଅନୁସାରେ୨୦୧୬, ସେପ୍ଟେମ୍ବର ୩ର ବିଜ୍ଞପ୍ତି ଓପିଏସି ପରୀକ୍ଷାଫଳ ପ୍ରକାଶ କରିଥିଲା ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା