The Topmost

“The eyes believe themselves, the ears believe other people.”

ଏପ୍ରିଲ୍ 24 ରେ ହେବ ପଞ୍ଚାୟତିରାଜ ଦିବସ, ବିଜେଡି କରୁଛି ଆନ୍ଦୋଳନ

ମାର୍ଚ୍ଚ ୫ ପରିବ‌ର୍ତ୍ତେ ଏପ୍ରିଲ୍‌ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିର ତୀବ୍ର ପ୍ରତିବାଦ କରିଛି ବିଜେଡି। ଏପରି ନିଷ୍ପତ୍ତି ଦୁର୍ଭାଗ୍ୟଜନକ ଓ ରାଜ୍ୟ ସରକାରଙ୍କ ସଂକୀର୍ଣ୍ଣ ମନୋଭାବର ପରିଚୟ ବୋଲି ଦଳ ପକ୍ଷରୁ କୁହାଯାଇଛି। ଏହାର ପ୍ରତିବାଦରେ ଆଜି ବିମାନବନ୍ଦର ଛକ ନିକଟରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ବିଜେଡି ପକ୍ଷରୁ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ କରଯାଇଥିଲା। ମାର୍ଚ୍ଚ ୬ ତାରିଖରେ ରାଜ୍ୟବ୍ୟାପୀ ପ୍ରତିବାଦ ସଭା ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଛି। 

ଆଜି ଶଙ୍ଖ ଭବନରେ ଚାରି ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର, ସଞ୍ଜୟ ଦାସବର୍ମା, ଅତନୁ ସବ୍ୟସାଚ୍ଚୀ ନାୟକ ଓ ପ୍ରତାପ ଜେନା ମିଳିତ ଭାବେ ସାମ୍ବାଦିକ ସମ୍ମିଳନୀ ଏହି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଥିଲେ। ସେମାନେ କହିଥିଲେ, ଦେଶରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ଲାଗୁ କରିବାରେ ଓଡ଼ିଶା ଅଗ୍ରଣୀ ରାଜ୍ୟର ଭୂମିକା ନିର୍ବାହ କରିଛି। ୧୯୯୧ ମସିହାରେ ବିଜୁ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଉଥିବା ବେଳେ ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା ଲାଗୁ କରିବା ଲକ୍ଷ୍ୟରେ ଜିଲ୍ଲା ପରିଷଦ, ପଞ୍ଚାୟତିରାଜ ଓ ପଞ୍ଚାୟତ ସମିତି ଗଠନ ପାଇଁ ଓଡ଼ିଶା ବିଧାନସଭାରେ ବିଲ୍ ପାରିତ ହୋଇଥିଲା। ଏହାର ପର ବର୍ଷ ଅର୍ଥାତ ୧୯୯୨ ମସିହାରେ ଦେଶର ସମ୍ୱିଧାନର ୭୩ତମ ଓ ୭୪ତମ ସଂଶୋଧନ ଆଣି ଏହି ବ୍ୟବସ୍ଥାକୁ ପ୍ରାବଧାନ କରାଯାଇଥିଲା। କିନ୍ତୁ ତାଙ୍କର ଅବଦାନକୁ ଭୁଲି ଏମାନେ ମନମୁଖି ସାଶନ କରିବାର ଭଣ୍ଡ ଉଦ୍ୟମ କରୁଛନ୍ତି । ଯାହାକୁ ଆମେ କେବେବି ସଫଳ ହେବାକୁ ଦେବୁନାହିଁ ।

SHARE BY