ହାଇସ୍କୁଲରେ ପାଠ ପଢ଼ିବେ ଯୁକ୍ତ ୨ ପିଲା । ଆସନ୍ତା ଶିକ୍ଷାବର୍ଷରୁ ସ୍କୁଲରେ ଏକାଦଶ ପାଠପଢା ଆରମ୍ଭ ହେବ । ୨୦୨୩-୨୪ ଶିକ୍ଷାବର୍ଷରୁ ୪୦ଟି ସ୍କୁଲରେ ଏକାଦଶ ଖୋଲିବ । ତେବେ ଏହାକୁ ନେଇ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଚାଲିଛି । ସ୍ୱତନ୍ତ୍ର ଶିକ୍ଷକ ଏକାଦଶ ପାଇଁ ନିଯୁକ୍ତ ହେବେ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସମୀର ଦାଶ ଆହୁରି କହିଛନ୍ତି ଯେଉଁମାନେ ସେକେଣ୍ଡାରୀରେ ପହଞ୍ଚି ପାରୁନାହାନ୍ତି ସେମାନଙ୍କ ପାଇଁ ଏହା ସହାୟକ ହେବ । ଅନେକ ପିଲା କଲେଜ ସୁବିଧା ନଥିବାରୁ ସେକେଣ୍ଡାରୀ ପାଠ ପଢାରୁ ବଞ୍ଚିତ ହେଉଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏହି ନିଷ୍ପତ୍ତି ନିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ ହେଉଛି କୌଣସି ବି ପିଲା ଅଶିକ୍ଷିତ ନରୁହନ୍ତୁ । ଯେଉଁ ସ୍ଥାନରେ କଲେଜ ସୁବିଧା ନାହିଁ, ପିଲାମାନଙ୍କୁ ଯିବା ପାଇଁ ବାଟ ଦୂର ପଡୁଛି ସେହିଭଳି ଅଞ୍ଚଳରେ ଯୁକ୍ତ ଦୁଇ ଶ୍ରେଣୀ ଖୋଲିବ ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା