ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଥିବା ବେଳେ ବୁଧବାର ପାରାଦୀପ ଠାରୁ ଦକ୍ଷିଣ -ପୂର୍ବ ପ୍ରାୟ ୬୫୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବା ବିଷୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି । ପ୍ରାରମ୍ଭିକ ତଥ୍ୟାନୁଯାୟୀ ଶୁକ୍ରବାର ଏହା ଉତର-ପଶ୍ଚିମ ଦିଗରେ ଆନ୍ଧ୍ର ପ୍ରଦେଶ ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ଥିବାବେଳେ ପରବର୍ତୀ କାଳରେ ଗଭୀର ଅବପାତର ରୂପ ନେଇ ପାରେ ବୋଲି ସିଇସି ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍ କହିଛି । ପରେ ଏହାର ଗତିପଥରେ ପରିବର୍ତନ ହେବା ସହ ଉତର କିମ୍ବା ଉତର-ପୂର୍ବ ଦିଗକୁ ଗତି କରି ଓଡ଼ିଶା ଉପକୂଳ ମୁହାଁ ହେବା ସହ ନଭେମ୍ବର ୧୭ରେ ଏକ ଘୂର୍ଣ୍ଣିଝଡରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ସମୁଦ୍ରରେ ପବନର ବେଗ ଘଂଟା ପ୍ରତି ୮୦ ରୁ ୯୦ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ । ତେବେ ପୁରୀ, ଜଗତସିଂହପୁର ଏବଂ ଭଦ୍ରକ ଜିଲ୍ଲା ଉପକୂଳରେ ପବନର ବେଗ ଏହି ସମୟରେ ଘଣ୍ଟା ପ୍ରତି ୫୫ ରୁ ୭୦ କିଲୋମିଟର ରହିପାରେ ବୋଲି କୁହାଯାଇଛି । ନଭେମ୍ବର ୧୮ତାରିଖ ସକାଳେ ବାଲେଶ୍ୱର ଉପକୂଳ ଠାରୁ କିଛି ଦୂରରେ ରହିବ ଯେଉଁ ସମୟରେ ପବନର ବେଗ ଘଂଟା ପ୍ରତି ୬୦ରୁ ୭୫ କିଲୋମିଟର ରହିବାର ସମ୍ଭାବନା ରହିଛି । ତେବେ ଏହି ସମୟରେ ଖୋର୍ଦ୍ଧା ଏବଂ କଟକ ଜିଲ୍ଲାରେ ପବନର ବେଗ କମ୍ ରହିବ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି