ବିଜେପି ଫୋକସରେ ଓଡ଼ିଶା । ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜ୍ୟକୁ କେନ୍ଦ୍ରମନ୍ତ୍ରୀଙ୍କ ସିରିଜ ଗସ୍ତ ଆରମ୍ଭ ହୋଇଯାଇଛି । ବିଜେପିର ହେଭିୱେଟ ନେତା ଏବେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହିକ୍ରମରେ ଆଗକୁ ଓଡିଶା ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ । ଆସନ୍ତା ୨୨ ତାରିଖରେ ଓଡିଶା ଆସୁଛନ୍ତି ରାଜନାଥ ସିଂ । ୩ଟି ଜିଲ୍ଲା ନବରଙ୍ଗପୁର, ଗଂଜାମ ଓ ମୟୂରଭଂଜରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ । ନବରଙ୍ଗପୁର ଓ ମୟୂରଭଂଜରେ କୋର କମିଟି ବୈଠକରେ ଯୋଗ ଦେବେ । ଗଂଜାମରେ ଆୟୋଜିତ କର୍ମୀ ସମ୍ମିଳନୀରେ ସାମିଲ ହୋଇ ୨୦୨୪ ନିର୍ବାଚନ ରଣନୀତି ବାବଦରେ ସମ୍ବୋଧନ କରିବେ । ଏହାପୂର୍ବରୁ ଶିବରାଜ ସିଂ ଓଡ଼ିଶା ଗସ୍ତରେ ଆସି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିବା ବେଳେ କର୍ମୀଙ୍କୁ ନିର୍ବାଚନୀ ମନ୍ତ୍ର ଦେଇଥିଲେ ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା